Home Administration ଡିଏ ବଢିଲା ୪%

ଡିଏ ବଢିଲା ୪%

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା(ଡିଆର)ର ଅତିରିକ୍ତ କିସ୍ତି ପ୍ରଦାନ କରିବାକୁ ଅନୁମୋଦନ କରାଯାଇଛି ।

ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ମୂଳ ଦରମା/ପେନସନର ୪୬% ଡିଏ/ଡିଆର୍‌ ମିଳୁଥିବା ବେଳେ ଏଥିରେ ଅତିରିକ୍ତ ୪% ବୃଦ୍ଧି କରାଯାଇଛି ଯାହାକି ଜାନୁଆରୀ ପହିଲା ୨୦୨୪ ଠାରୁ ପିଛିଲା ଭାବେ ଲାଗୁ ହେବ ।

ଉଭୟ ମହଙ୍ଗା ଭତ୍ତା ଏବଂ ମହଙ୍ଗା ସହାୟତା ବାବଦରେ ରାଜକୋଷ ଉପରେ ବାର୍ଷିକ ୧୨,୮୬୮.୭୨ କୋଟି ଟଙ୍କାର ମିଳିତ ବୋଝ ପଡ଼ିବ । ଏହା ଦ୍ୱାରା ପ୍ରାୟ ୪୯.୧୮ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬୭.୯୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

ସପ୍ତମ କେନ୍ଦ୍ରୀୟ ବେତନ ଆୟୋଗଙ୍କ ସୁପାରିସ ଆଧାରରେ ସ୍ୱୀକୃତ ସୂତ୍ର ଅନୁଯାୟୀ ଏହି ବୃଦ୍ଧି କରାଯାଇଛି।