Home Assembly ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ଫେବୃଆରୀ ୧୩ ତାରିଖରେ ରାଜ୍ୟପାଳ ହରି ବାବୁ କୁମ୍ଭମପାଟିଙ୍କ ଅଭିଭାଷଣ ସହିତ ଆରମ୍ଭ ହେବ ଏବଂ ଏପ୍ରିଲ୍ ୫ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଫେବୃଆରୀ ୨୨ ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଦୁଇ ପର୍ଯ୍ୟାୟ ବଜେଟ୍‍ ଅଧିବେଶନରେ ମୋଟ୍‍ ୨୯ଟି କାର୍ଯ୍ୟଦିବସ ରହିବ ।

ବିଧାନସଭା ସଚିବାଳୟ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ ଫେବୃଆରୀ ୧୪ ଏବଂ ୧୫ ରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବୃଆରୀ ୧୭ ରେ ୨୦୨୫-୨୬ ବର୍ଷ ପାଇଁ ବାର୍ଷିକ ବଜେଟ୍ ଉପସ୍ଥାପନ କରିବେ ଏବଂ ମାର୍ଚ୍ଚ ୨୯ ରେ ଆପ୍ରୋପ୍ରାଇଜେସନ୍ ବିଲ୍ ଉପସ୍ଥାପିତ କରାଯିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି।

ବଜେଟର ସାଧାରଣ ଆଲୋଚନା ଫେବୃଆରୀ ୨୦ ଏବଂ ୨୧ ରେ ଅନୁଷ୍ଠିତ ହେବାକୁ ଥିବାବେଳେ ଧାର୍ଯ୍ୟ ଅନୁଦାନ ଉପରେ ଆଲୋଚନା ମାର୍ଚ୍ଚ ୧୦ ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଜାରି ରହିବ।

ମାର୍ଚ୍ଚ ୭ ରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଗୃହ ସମ୍ମୁଖରେ ଉପସ୍ଥାପିତ କରାଯିବ।

ବିରୋଧୀ ଦଳ ନବା ଦାସ ହତ୍ୟା ମାମଲା, ଧାନ କ୍ରୟ, କୃଷକଙ୍କ ଆତ୍ମହତ୍ୟା ଇତ୍ୟାଦି ପ୍ରସଙ୍ଗକୁ ନେଇ ଅସନ୍ତୋଷ ବଢୁଥିବାରୁ ବିଧାନସଭା ଅଧିବେଶନ ଏହାର ପ୍ରତିଫଳନ ହେବାର ସମ୍ଭାବନା ରହିଛି।